16ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
17ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
18ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
19ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।
20ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।