20ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
21ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
22କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
23ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
24ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ ଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।