ଯିଶାଇୟ 33

ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।

Isaiah 33:4 (UKJV) And your spoil shall be gathered like the gathering of the caterpillar: as the running back and forth of locusts shall he run upon them.

2ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।

3କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।

4ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।

5ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।

6ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.