3କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
4ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
5ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
6ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
7ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।