5ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
6ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
7ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
8ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
9ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ ପତ୍ର ଝାଡ଼ି ଦେଉଅଛନ୍ତି।