10ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।
11ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
12ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
13ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
14ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ-ସ୍ଥାନ ପାଇବ।