15ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।
16ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
17ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦାକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।