1ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।
2କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।
3ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।
4ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
5କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।