6ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
7ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
8କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
9ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
10ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।