7ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
8କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
9ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
10ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।
11ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।