4ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”
5ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
6ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
7ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
8ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।