ଯିଶାଇୟ 35

ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।

Isaiah 35:8 (UKJV) And an highway shall be there, and a way, and it shall be called The way of holiness; the unclean shall not pass over it; but it shall be for those: the travelling men, though fools, shall not go astray therein.

6ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।

7ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।

8ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।

9ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;

10ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.