ଯିଶାଇୟ 36

ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।

Isaiah 36:21 (UKJV) But they held their peace, and answered him not a word: for the king's commandment was, saying, Answer him not.

19ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

20ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”

21ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।

22ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.