20ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
21ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
22ତହିଁରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ।