21ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
22ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
23ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
24ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
25ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।