ଯିଶାଇୟ 37

ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।

Isaiah 37:25 (UKJV) I have dug, and drunk water; and with the sole of my feet have I dried up all the rivers of the besieged places.

23ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।

24ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।

25ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।

26କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।

27ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.