ଯିଶାଇୟ 37

ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।

Isaiah 37:31 (UKJV) And the remnant that is escaped of the house of Judah shall again take root downward, and bear fruit upward:

29ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।

30ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।

31ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।

32କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍‍ଯୋଗ ଏହା ସିଦ୍ଧ କରିବ।

33ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.