31ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
32କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍ଯୋଗ ଏହା ସିଦ୍ଧ କରିବ।
33ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
34ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
35କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”