9ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
10ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।
11ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
12ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
13ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।