ଯିଶାଇୟ 38

ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।

Isaiah 38:12 (UKJV) Mine age is departed, and is removed from me as a shepherd's tent: I have cut off like a weaver my life: he will cut me off with pining sickness: from day even to night will you make an end of me.

10ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।

11ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।

12ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।

13ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।

14ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.