ଯିଶାଇୟ 38

ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।

Isaiah 38:16 (UKJV) O LORD, by these things men live, and in all these things is the life of my spirit: so will you recover me, and make me to live.

14ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।

15ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।

16ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।

17ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।

18ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.