ଯିଶାଇୟ 38

ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

Isaiah 38:18 (UKJV) For the grave cannot praise you, death can not celebrate you: they that go down into the pit cannot hope for your truth.

16ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।

17ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।

18ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

19ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।

20ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.