ଯିଶାଇୟ 38

ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।

Isaiah 38:19 (UKJV) The living, the living, he shall praise you, as I do this day: the father to the children shall make known your truth.

17ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।

18ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

19ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।

20ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।

21ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.