ଯିଶାଇୟ 38

ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।

Isaiah 38:20 (UKJV) The LORD was ready to save me: therefore we will sing my songs to the stringed instruments all the days of our life in the house of the LORD.

18ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

19ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।

20ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।

21ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”

22ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.