ଯିଶାଇୟ 39

ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।

Isaiah 39:6 (UKJV) Behold, the days come, that all that is in yours house, and that which your fathers have laid up in store until this day, shall be carried to Babylon: nothing shall be left, says the LORD.

4ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”

5ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

6ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।

7ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”

8ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.