14ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା?
15ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
16ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।
17ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।
18ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?