16ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।
17ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।
18ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?
19ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
20ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।