19ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
20ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।
21ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?
22ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
23ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।