21ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?
22ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
23ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।
24ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।
25ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?