24ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।
25ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?
26ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
27“ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ,” ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ?
28ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।