27“ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ,” ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ?
28ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
29ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
30ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।