2ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।
3ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
4ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;
5ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
6ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;