4ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;
5ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
6ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
7ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।
8ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।