6ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
7ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।
8ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।
9ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”
10ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।