1ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।
2ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
3ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।