9ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”
10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
11ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
12ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।
13କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”