12ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।
13କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”
14ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
15ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।
16ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।