16ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
17ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
18ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
19ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
20ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।