ଯିଶାଇୟ 41

ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।

Isaiah 41:20 (UKJV) That they may see, and know, and consider, and understand together, that the hand of the LORD has done this, and the Holy One of Israel has created it.

18ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।

19ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;

20ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।

21ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”

22ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.