ଯିଶାଇୟ 41

ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।

Isaiah 41:23 (UKJV) Show the things that are to come hereafter, that we may know that all of you are gods: yea, do good, or do evil, that we may be dismayed, and behold it together.

21ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”

22ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।

23ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।

24ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।

25ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.