25ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
26ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।
27ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।
28ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।
29ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।