ଯିଶାଇୟ 41

ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।

Isaiah 41:6 (UKJV) They helped every one his neighbour; and every one said to his brother, Be of good courage.

4ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।

5ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।

6ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।

7ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।

8ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.