ଯିଶାଇୟ 41

ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।

Isaiah 41:7 (UKJV) So the carpenter encouraged the goldsmith, and he that smoothes with the hammer him that stroke the anvil, saying, It is ready for the soldering: and he fastened it with nails, that it should not be moved.

5ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।

6ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।

7ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।

8ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;

9ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.