9ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
10ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
11ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ।
12ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।
13ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।