ଯିଶାଇୟ 42

ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।

Isaiah 42:15 (UKJV) I will make waste mountains and hills, and dry up all their herbs; and I will make the rivers islands, and I will dry up the pools.

13ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।

14ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।

15ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।

16ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।

17ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.