14ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।
15ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।
16ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
17ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
18ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।