1ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।
2ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ।
3ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟବିଚାର ଆଣିବେ।
4ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।