19ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ?
20ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।
21ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।
22ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ।
23ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?