ଯିଶାଇୟ 42

ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍‍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?

Isaiah 42:23 (UKJV) Who among you will give ear to this? who will hearken and hear for the time to come?

21ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।

22ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ।

23ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍‍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?

24ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?

25ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.