4ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
5ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
6“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
7ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।
8ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।